1ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।
2ପୁଣି ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍ର ଅଧିକାରରେ ଗଣିତ;
3ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)
4ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍।
5ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।