ଦ୍ୱିତୀୟ ଶାମୁୟେଲ 4

ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।

2 Samuel 4:5 (UKJV) And the sons of Rimmon the Beerothite, Rechab and Baanah, went, and came about the heat of the day to the house of Ishbosheth, who lay on a bed at noon.

3ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)

4ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍‍।

5ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।

6ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।

7(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍‍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.