4ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍।
5ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।
6ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।
7(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।
8ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”