ଦ୍ୱିତୀୟ ଶାମୁୟେଲ 4

ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”

2 Samuel 4:8 (UKJV) And they brought the head of Ishbosheth unto David to Hebron, and said to the king, Behold the head of Ishbosheth the son of Saul yours enemy, which sought your life; and the LORD has avenged my lord the king this day of Saul, and of his seed.

6ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।

7(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍‍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।

8ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”

9ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,

10ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.