9ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
10ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
11ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
12ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
13ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।