ଦ୍ୱିତୀୟ ଶାମୁୟେଲ 5

ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ

2 Samuel 5:18 (UKJV) The Philistines also came and spread themselves in the valley of Rephaim.

16ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍।

17ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।

18ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ

19ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”

20ତହୁଁ ଦାଉଦ ବାଲ୍‍-ପରାସୀମ୍‍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍‍-ପରାସୀମ୍‍ (ଭଗ୍ନ ସ୍ଥାନ) ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.