ଦ୍ୱିତୀୟ ଶାମୁୟେଲ 5

ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”

2 Samuel 5:24 (UKJV) And let it be, when you hear the sound of a going in the tops of the mulberry trees, that then you shall bestir yourself: for then shall the LORD go out before you, to strike the host of the Philistines.

22ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।

23ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

24ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”

25ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.