ଦ୍ୱିତୀୟ ଶାମୁୟେଲ 5

ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

2 Samuel 5:3 (UKJV) So all the elders of Israel came to the king to Hebron; and king David made a league with them in Hebron before the LORD: and they anointed David king over Israel.

1ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

2ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”

3ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

4ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।

5ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.