4ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
5ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
6ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
7ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
8ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”