8ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
9ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”
10ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ,
11ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
12ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।