ଦ୍ୱିତୀୟ ଶାମୁୟେଲ 6

ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।

2 Samuel 6:12 (UKJV) And it was told king David, saying, The LORD has blessed the house of Obededom, and all that pertains unto him, because of the ark of God. So David went and brought up the ark of God from the house of Obededom into the city of David with gladness.

10ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,

11ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍‍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।

12ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।

13ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।

14ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.