ଦ୍ୱିତୀୟ ଶାମୁୟେଲ 6

ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।

2 Samuel 6:2 (UKJV) And David arose, and went with all the people that were with him from Baale of Judah, to bring up from thence the ark of God, whose name is called by the name of the LORD of hosts that dwells between the cherubims.

1ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।

2ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।

3ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।

4ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.