21ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।
22ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”
23ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।