ଦ୍ୱିତୀୟ ଶାମୁୟେଲ 7

ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ

2 Samuel 7:1 (UKJV) And it came to pass, when the king sat in his house, and the LORD had given him rest round about from all his enemies;

1ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ

2ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”

3ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.