1ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
3ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।