9ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
10ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
11ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
12ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
13ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।