13ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
14ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
15ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
16ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
17ପୁଣି ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;