ଦ୍ୱିତୀୟ ଶାମୁୟେଲ 9

ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।

2 Samuel 9:12 (UKJV) And Mephibosheth had a young son, whose name was Micha. And all that dwelt in the house of Ziba were servants unto Mephibosheth.

10ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।

11ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍‍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”

12ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।

13ଏହିରୂପେ, ମଫୀବୋଶତ୍‍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.