ଦ୍ୱିତୀୟ ଶାମୁୟେଲ 9

ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।

2 Samuel 9:5 (UKJV) Then king David sent, and fetched him out of the house of Machir, the son of Ammiel, from Lodebar.

3ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରିପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”

4ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”

5ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।

6ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”

7ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.