ଦ୍ୱିତୀୟ ଶାମୁୟେଲ 9

ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”

2 Samuel 9:8 (UKJV) And he bowed himself, and said, What is your servant, that you should look upon such a dead dog as I am?

6ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”

7ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”

8ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”

9ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି।

10ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.