9ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
10ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
11ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
12ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।