୨ ଥେସଲନୀକୀୟ 1

ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।

2 Thessalonians 1:4 (UKJV) So that we ourselves glory in you in the churches of God for your patience and faith in all your persecutions and tribulations that all of you endure:

2ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

3ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,

4ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।

5ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

6କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.