୨ ଥେସଲନୀକୀୟ 1

କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

2 Thessalonians 1:6 (UKJV) Seeing it is a righteous thing with God to recompense tribulation to them that trouble you;

4ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।

5ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

6କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

7ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;

8ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.