୨ ଥେସଲନୀକୀୟ 1

ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;

2 Thessalonians 1:7 (UKJV) And to you who are troubled rest with us, when the Lord Jesus shall be revealed from heaven with his mighty angels,

5ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

6କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

7ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;

8ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,

9ଅର୍ଥାତ୍‍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.