7ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
8ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
9ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
10ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
11ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;