1ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;
3କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।