୨ ଥେସଲନୀକୀୟ 2

ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,

2 Thessalonians 2:11 (UKJV) And for this cause God shall send them strong delusion, that they should believe a lie:

9ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,

10କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।

11ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,

12ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।

13କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.