୨ ଥେସଲନୀକୀୟ 2

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,

2 Thessalonians 2:16 (UKJV) Now our Lord Jesus Christ himself, and God, even our Father, which has loved us, and has given us everlasting consolation and good hope through grace,

14ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।

15ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।

16ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,

17ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.