4ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।
5ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?
6ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।
7କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
8ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।