5ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?
6ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।
7କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
8ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
9ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,