1ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,
2ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।
3କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।