14ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
15ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।
16ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
17ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।
18ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।