3କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।
4ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ।
5ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।
6ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
7କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,