୨ ତୀମଥି 1

ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।

2 Timothy 1:11 (UKJV) Unto which I am appointed a preacher, and an apostle, and a teacher of the Gentiles.

9ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,

10କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;

11ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।

12ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।

13ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.