12ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
13ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।
14ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,
15ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।
16ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,