୨ ତୀମଥି 1

ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,

2 Timothy 1:16 (UKJV) The Lord give mercy unto the house of Onesiphorus; for he often refreshed me, and was not ashamed of my chain:

14ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,

15ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।

16ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,

17ବରଂ ସେ ରୋମ ସହରରେ ଥିବା ସମୟରେ ମୋତେ ଯତ୍ନ ସହକାରେ ଅନ୍ୱେଷଣ କରି ମୋ ସହିତ ସାକ୍ଷାତ କଲେ,

18ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ, ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.