1ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
2ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
3ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
4ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;