11ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
12ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
13ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।
14ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।
15ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।