18ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।
19ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
20ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ।
21ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
22କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।