୨ ତୀମଥି 2

ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,

2 Timothy 2:25 (UKJV) In meekness instructing those that oppose themselves; if God possibly will give them repentance to the acknowledging of the truth;

23ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।

24ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;

25ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,

26ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.