24ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;
25ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,
26ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।