2ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।
3ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର।
4କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ।
5ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।
6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।