୨ ତୀମଥି 2

ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

2 Timothy 2:6 (UKJV) The farmer that labours must be first partaker of the fruits.

4କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ।

5ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।

6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।

8ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.