୨ ତୀମଥି 2

ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।

2 Timothy 2:7 (UKJV) Consider what I say; and the Lord give you understanding in all things.

5ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।

6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।

8ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

9ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.