୨ ତୀମଥି 2

ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

2 Timothy 2:8 (UKJV) Remember that Jesus Christ of the seed of David was raised from the dead according to my gospel:

6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।

8ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

9ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।

10ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.