9କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
10କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
11ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
12ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
13କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।