୨ ତୀମଥି 3

ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।

2 Timothy 3:12 (UKJV) Yea, and all that will live godly in Christ Jesus shall suffer persecution.

10କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।

11ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।

12ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।

13କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।

14କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.