୨ ତୀମଥି 3

ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।

2 Timothy 3:15 (UKJV) And that from a child you have known the holy scriptures, which are able to make you wise unto salvation through faith which is in Christ Jesus.

13କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।

14କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;

15ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।

16ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,

17ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.