1କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
2କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
3ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
4ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;
5ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।