6କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
7ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।
8ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
9କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
10କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।